ପଞ୍ଚାୟତ ନିର୍ବାଚନ : ୧୧ ସୁଦ୍ଧା ୩୦%ରୁ ଅଧିକ ମତଦାନ

0
493

ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ପ୍ରକ୍ରିୟା ଶାନ୍ତି ଶୃଙ୍ଖଳାର ସହିତ ଚାଲିଛି । ଦିନ ୧୧ଟା ସୁଦ୍ଧା ରାଜ୍ୟରେ ୩୦ %ରୁ ଅଧିକ ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ କହିଛନ୍ତି ।

ସେ କହିଛନ୍ତି, ସବୁଠି ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ହେଉଛି। ପ୍ରତି ବ୍ଲକ ହେଡ କ୍ୱାର୍ଟରରେ ମହିଳାମାନଙ୍କ ପାଇଁ ଗୋଟିଏ ଲେଖାଏଁ ପିଙ୍କ ବୁଥ ଖୋଲାଯାଇଛି। ଦିନ ଗୋଟିଏ ସୁଦ୍ଧା ଯେଉଁମାନେ ବୁଥ ଭିତରେ ଥିବେ ସେମାନଙ୍କୁ ଭୋଟ ଦେବାକୁ ସୁଯୋଗ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୭୧ଟି ବ୍ଲକର ୧୬୬୯ଟି ଗ୍ରାମପଞ୍ଚାୟତର ୬୭ଲକ୍ଷ ୫୧ହଜାର ମତଦାତା ୨୨୩୭୯ଟି ବୁଥ୍ରେ ଲୋକେ ସେମାନଙ୍କ ଅଞ୍ଚଳର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର ଏବଂ ୨୦୦ଟି ଜିଲ୍ଲା ପରିଷଦ ସଭ୍ୟଙ୍କୁ ବାଛିବେ। ପୂର୍ବାହ୍ନ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ନ ୧ଟା ଯାଏଁ ଜାରି ରହିବ। ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି ହୋଇଛି, ପୁଲିସ ନଜର ରଖିଛି। ଶାନ୍ତିଶୃଙ୍ଖଳା ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ସହ କୋଭିଡ-୧୯ କଟକଣାକୁ ପାଳନ କରାଯାଉଛି।

Also Read  Odisha Govt committed to protecting the interests of drivers: Transport Minister Jena