ପୌର ନିର୍ବାଚନ : ଆଜି ନାମାଙ୍କନ ଦାଖଲର ଶେଷ ଦିନ

0
555
BMC News

ଭୁବନେଶ୍ୱର :  ପୌର ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ । ପୌର ନିର୍ବାଚନରେ ଆଶାୟୀ ପ୍ରାର୍ଥୀଙ୍କ ନାଁ ଦଳ ଘୋଷଣା କରିନଥିବାରୁ ବହୁ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ଦାଖଲ କରିନାହାନ୍ତି । ଶେଷ ଦିନରେ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବା ସହିତ ଏକକାଳୀନ ବିଭିନ୍ନ ଦଳର ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ସହିତ ଗହଳି ହେବାର ସମ୍ଭାବନା ରହିଛି ।

nomination congress

ଗତକାଲି ୫ମ ଦିନରେ ଅନେକ ସ୍ଥାନରେ ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କୁ ଧରି ପ୍ରାର୍ଥୀପତ୍ର ଦାଖଲ କରିଥିବା ଦେଖିବାକୁ ମିଳିଥିଲା। ମାର୍ଚ୍ଚ ୨ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା ବେଳେ ଆଜି ସରୁଛି।  ଆସନ୍ତା ୯ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଆସନ୍ତା ୧୪ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଭୋଟ୍ ଗ୍ରହଣ ହେବ।  ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି ଓ ଏନ୍ଏସି ଏବଂ ୩ଟି ମହାନଗର ନିଗମ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ପାଇଁ ହେବ ଭୋଟ୍।  ହେଲେ ୨୬ ତାରିଖରେ ଗଣତି ପରେ ଜଣାପଡ଼ିବ ନିର୍ବାଚନରେ କାହାର ବାଜିମାତ ହୋଇଛି ।

Also Read  Shatrughan pitches for Amitabh Bachchan as President