ଦୈନିକ ସଂକ୍ରମଣର ୪୦% ଭୁବନେଶ୍ୱରରୁ ଚିହ୍ନଟ : ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଲା

0
538
Odisha To Give Weightage To Temporary Covid-19 Health Workers In OSSSC Exam
Odisha To Give Weightage To Temporary Covid-19 Health Workers In OSSSC Exam

ସତର୍କ ନହେଲେ ବଢ଼ିବ ସଂକ୍ରମଣ

ଭୁବନେଶ୍ୱର, ୧୧ା୧୦ : ରାଜଧାନୀରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଆସୁଛି । ବାରମ୍ବାର ଚେତାଇବା ସତ୍ତ୍ବେ ଲୋକମାନେ ହାଟ ବଜାରରେ ଭିଡ଼ କରୁଥିବାରୁ ଏପରି ହେଉଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ପାଣିଗ୍ରାହୀ ।

ସେ କହିଛନ୍ତି ଯେ, ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଆମେ ଲୋକ ମାନଙ୍କୁ ସଚେତନ କରାଇବା ସତ୍ତ୍ବେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖା ଯାଉଛି । ଗତକାଲି ଭୁବନେଶ୍ୱରରେ ସଂକ୍ରମଣ ଉପର ମୁହାଁ ହୋଇଥିବାର ନଜିର ସାମ୍ନାକୁ ଆସିଛି । ମାତ୍ର ଏପରି ସ୍ଥିତିରେ ଲୋକମାନେ ସଚେତନ ହେଉ ନଥିବାରୁ କମିଶନରେଟ ପୋଲିସକୁ କଟକଣା ବଢ଼ାଇବା ପାଇଁ କୁହାଯାଇଛି । କିପରି ଲୋକମାନେ ବାହାରେ ଗହଳି ନ କରିବେ, ଭିଡ଼କୁ ରୋକି ହେବ ସେ ନେଇ ଯୋଜନା ପ୍ରସ୍ତୁତ କରିବାକୁ ଆମେ ନିର୍ଦ୍ଦେଶ ଦେଇଛୁ । ଏହା ଛଡ଼ା ଲୋକମାନେ ନିଜେ ସତର୍କ ରୁହନ୍ତୁ ବୋଲି ଆମେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରୁଛୁ । ବାହାରେ ଅଯଥା ଗହଳି କରନ୍ତୁ ନାହିଁ ବୋଲି ସେ କହିଛନ୍ତି ।

ରାଜ୍ୟରେ ୪୪୮ ପଜିଟିଭ, ଆଉ ୫୯ ଶିଶୁ ଆକ୍ରାନ୍ତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ ଏକ ସପ୍ତାହ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଉପରକୁ ରହୁଥିବାବେଳେ ଆଜି ତାହା ୫୦୦ ତଳକୁ ଖସିଆସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ କମ । ପାର୍ବଣ ବେଳାରେ ପୁଣି କରୋନା ସଂକ୍ରମଣ ଟେନସନ୍ ଦେଉଛି। ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୩୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ତଳକୁ ଖସି ୨୦୮ରେ ରହିଛି। ତେବେ ପାର୍ବଣ ବେଳେ ଅଯଥା ଭିଡ଼ ନକରିବାକୁ ଓ କରୋନା ଗାଇଡଲାଇନ୍ସ ଠିକ୍ ଭାବେ ଅନୁପାଳନ କରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୪୮ ଜଣ,  ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟ ଓ ମାଲକାନଗିରିରୁ ୨ଜଣ ଲେଖାଏଁ, ମୟୁରଭଞ୍ଜରୁ ୧୭ ଜଣ, ନବରଂଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪କୁ ବୃଦ୍ଧି ହୋଇଛି।  ୫,୦୮୭ ଆକ୍ଟିଭ କେଶ୍ ଥିବାବେଳେ ୧୦ ଲକ୍ଷ ୧୮ ହଜାର ୭୪୯  ସୁସ୍ଥ ହୋଇଛନ୍ତି।

Also Read  ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଖରାଟିଆ

LEAVE A REPLY

Please enter your comment!
Please enter your name here