ବିଜେପିର ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା : ଯାନବାହନ, ଦୋକାନବଜାର ବନ୍ଦ

0
419
୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା
୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା

ବଲାଙ୍ଗୀର , ୨୧ା୧୦:  ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍ ଥିବା ନେଇ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ସହ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜେପି ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେପି।

ଯାନବାହନ ଚଳାଚଳ ବନ୍ଦ ରହିଥିବାର ଖବର ମିଳିଛି। ଠିକ୍ ସେହିପରି ଦୋକାନବଜାର ବନ୍ଦ ରହିଥିବାର ମଧ୍ୟ ସୂଚନା ମିଳିଛି। ଏହାଛଡ଼ା ସ୍କୁଲ, କଲେଜ ଓ ଅଫିସ୍ ସବୁ କିଛି ବନ୍ଦ କରାଯିବ ବୋଲି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି। ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଖବର ମିଳିଛି।

ମମିତାଙ୍କୁ ନ୍ୟାୟ ଦିଆଯାଉ ବୋଲି ବିଜେପି ଦାବି କରିବା ସହ ଘଟଣାର ସିବିଅଆଇ ତଦନ୍ତ ଏବଂ ତୁରନ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରାଯାଉ ବୋଲି ଜିଲ୍ଲା ସଭାପତି କହିଛନ୍ତି। ଜରୁରୀକାଳୀନ ସେବାକୁ ଛାଡ଼ିଦେଲେ ବାକି ସବୁ ବନ୍ଦ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଅନ୍ୟପଟେ ଏସ୍ୟୁସିଆଇ (କମ୍ୟୁନିଷ୍ଟ) ବଲାଙ୍ଗୀର ଜିଲ୍ଲା ଶାଖା ପକ୍ଷରୁ ମଧ୍ୟ ବନ୍ଦ ଡାକରା ଦିଆଯାଇଛି।

Also Read  Earthquake felt in Gajapati district