ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି

0
426
ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ
ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର, ୨୬ା୧୦: ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଗତକାଲି ମୟୂରଭଞ୍ଜ ବନ୍ଦ ପରେ ଆଜି ଦଳ ପକ୍ଷରୁ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଦଳ ପକ୍ଷରୁ ଆଜି ସମ୍ବଲପୁରରେ ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ମମିତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଦାବି ହୋଇଛି।

ସକାଳୁ ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବିଜେପି କର୍ମୀ। ଏହାର ପ୍ରଭାବରେ ଗାଡ଼ି ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ଏହାସହ ବିଭିନ୍ନ କାର୍ଯ୍ୟାଳୟକୁ ମଧ୍ୟ ବନ୍ଦ କରାଯାଇଛି। ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି l ଜିଲ୍ଲା ଓକିଲ ସଙ୍ଘ ଆନ୍ଦୋଳନକୁ ସମର୍ଥନ କରୁଥିବାରୁ ଓକିଲମାନେ କୋର୍ଟ ଯାଇନାହାନ୍ତି। କୋର୍ଟ କଚେରୀ ବି ବନ୍ଦ ରହିଛି। ସାଧାରଣଜନଜୀବନ ବ୍ୟାହତ ହୋଇଥିବାର ପରିଲକ୍ଷିତ ହୋଇଛି। ତେବେ ଏହି ବନ୍ଦରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି। ବନ୍ଦକୁ ଦୃଷ୍ଟିରେ ରଖି ପୁଲିସ୍ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଏହି ବନ୍ଦକୁ ଲୋକେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ଦେଉଥିବା ବିଜେପି କର୍ମୀମାନେ କହିଛନ୍ତି।ମୁଖ୍ୟମନ୍ତ୍ରୀ ଯଦି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରନ୍ତି, ତେବେ ପ୍ରତିବାଦକୁ ଆହୁରି ତୀବ୍ରତର କରାଯିବ ବୋଲି ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଛି।

Also Read  ଦିନକ ପରେ ରାଜ୍ୟର ଦୈନିକ ସଂକ୍ରମଣ ୧୧ହଜାର ଟପିଲା : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬୯