ହାତ ଛାଡ଼ି ଶଙ୍ଖ ଧରିଲେ ପ୍ରଦୀପ ମାଝୀ

0
327
ହାତ ଛାଡ଼ି ଶଙ୍ଖ ଧରିଲେ ପଦୀପ ମାଝୀ
ହାତ ଛାଡ଼ି ଶଙ୍ଖ ଧରିଲେ ପଦୀପ ମାଝୀ

ନବରଙ୍ଗପୁର: କିଛିଦିନ ତଳେ କଂଗ୍ରେସର ହାତ ଛାଡ଼ିଥିବା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି।ପ୍ରଦୀପଙ୍କ ସହିତ ତାଙ୍କର ସମର୍ଥକମାନେ ମଧ୍ୟ ଶୋଭାଯାତ୍ରାରେ ଆସି ମିଶ୍ରଣ ପର୍ବରେ ସାମିଲ୍ ହୋଇଥିବା ଜଣାପଡ଼ିଛି। ନବରଙ୍ଗପୁର ସହରର ସର୍କିଟ୍ ହାଉସ ସାମ୍ନାରେ ଥିବା ପଡ଼ିଆରେ ପ୍ରସ୍ତୁତ ହୋଇଥିବା ମଞ୍ଚରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି।

୧୦ ହଜାର ସମର୍ଥକଙ୍କୁ ଧରି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡିରେ ପ୍ରଦୀପ ମାଝି ମିଶିଛନ୍ତି । ଗତ ୨୨ ତାରିଖରେ ପ୍ରଦୀପ କଂଗ୍ରେସ ନେତୃତ୍ୱ ପ୍ରତି ଅଙ୍ଗୁଳି ଉଠାଇ ଦଳରୁ ଇସ୍ତଫା ଦେଇଥିଲେ । କଂଗ୍ରେସ ହାଇକମାଣ୍ଡ, ପ୍ରଭାରୀ ଓ ପିସିସି ସଭାପତିଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଥିବା ଉଲ୍ଲେଖ କରି ପତ୍ର ପଠାଇଥିଲେ । ଦଳରେ ଲୋକ ସେବାର ସୁଯୋଗ ନଥିବାରୁ ଦୁଃଖରେ ଦଳ ଛାଡ଼ୁଥିବା ଲେଖିଥିଲେ ପ୍ରଦୀପ ।

ଏହି ମିଶ୍ରଣପର୍ବରେ ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର ଜିଲ୍ଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ପୂର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ଓ ସାଂସଦ ରମେଶ ଚନ୍ଦ୍ର ମାଝୀ ଉପସ୍ଥିତ ଅଛନ୍ତି।  ଏଥିରେ ନବରଙ୍ଗପୁର ଜିଲ୍ଲାର ବିଧାୟକ ଓ ନେତାମାନେ ଯୋଗଦେଇଛନ୍ତି ।

Also Read  Rains with thundershowers and hail storms to occur in some places in Coastal Odisha; MeT office