ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ପାଇଁ ୫୦୦ କୋଟି

0
408
ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ପୌର ନିର୍ବାଚନ ପୂର୍ବରୁ ରାଜ୍ୟର ବିଭିନ୍ନ ସହରାଞ୍ଚଳରେ କ୍ଷତିଗ୍ରସ୍ତ ହୋଇ ପଡ଼ିଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥର ମରାମତି ପାଇଁ ମୁଖ୍ୟମନ୍ତ୍ରୀ ୫ଶହ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଖାଲି ସେତିକି ନୁହେଁ ଏହି ସବୁର ଉନ୍ନତିକରଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
 ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଛି। ରାସ୍ତାଘାଟ ଠାରୁ ଆରମ୍ଭ କରି ନାଳନର୍ଦମା ସବୁ କିଛି କ୍ଷତିଗ୍ରସ୍ତ ହୋଇଛି। କେଉଁଠି ରାସ୍ତାରୁ ସିମେଣ୍ଟ ପିଚୁ ଉଠି ଯାଇଛି ତ ପୁଣି କେଉଁଠି ନଳା ଭାଙ୍ଗିଯାଇଛି। ଏହି ସବୁର ମରାମତି ପାଇଁ ରାଜ୍ୟ ସରକାର ୫ ଶହ କୋଟି ଟଙ୍କାର ଅର୍ଥ ମଞ୍ଜୁର ହୋଇଛି। ତେବେ କ୍ଷତିଗ୍ରସ୍ତ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପୌର ନିର୍ବାଚନ ହେବାକୁ ଅଛି। ତେଣୁ ଏହା ପୂର୍ବରୁ ଭୋଟରଙ୍କୁ ଖୁସି କରିବାକୁ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ଚର୍ଚ୍ଚା ହେଉଛି।

Also Read  ପ୍ରତ୍ୟାହୃତ ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି