ଲକ୍ଷଣ ବଦଳାଉଛି କରୋନା : କୋଭିଡ ପ୍ରୋଟୋକଲ ନମାନିଲେ ବିପଦ ବଢ଼ିବ

0
463
ଓମିକ୍ରନର ଭୟାବହତାକୁ ଦେଖି ସୀମାନ୍ତ ଜିଲ୍ଲାରେ ଅଧିକ ଫୋକସ
ଓମିକ୍ରନର ଭୟାବହତାକୁ ଦେଖି ସୀମାନ୍ତ ଜିଲ୍ଲାରେ ଅଧିକ ଫୋକସ

ଭୁବନେଶ୍ବର : କରୋନା ଏବେ ଲକ୍ଷଣ ବଦଳାଉଛି ।  ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ଥଣ୍ଡା ଜ୍ଵର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି। ଟେଷ୍ଟ କଲେ ନିଜେ ସୁରକ୍ଷିତ ହେବା ସହ ୩୦ ଜଣ ସୁରକ୍ଷିତ ହୋଇପାରିବେ ବୋଲି ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

ସେ କହିଛନ୍ତି, ସୁନ୍ଦରଗଡ଼ ଓ ବୁର୍ଲାରେ ସଂକ୍ରମଣକୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। କାରଣ କିଛି ନିର୍ଦ୍ଦିଷ୍ଟ ପକେଟରେ ସଂକ୍ରମଣ ହେଉଛି। ଭିମସାର ଓ ସୁନ୍ଦରଗଡ଼ରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବାହାର ପିଲା ଭୁତରକୁ ପ୍ରବେଶ କରିବେ ନାହିଁ। କି ଭିତର ପିଲା ବାହାରକୁ ଆସିପାରିବେ ନାହିଁ। ଏଥିପାଇଁ ରାଜ୍ୟ ସରକାର, ସ୍ବାସ୍ଥ୍ୟ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସଜାଗ ରହିଛନ୍ତି। ଚିହ୍ନଟ ବ୍ୟକ୍ତିଙ୍କ ଠାରେ ସିଭିଅରିଟି କମ୍ ରହିଛି। ତେଣୁ ଆତଙ୍କିତ ହେବାର କୌଣସି କାରଣ ନାହିଁ। ଯେହେତୁ ହଷ୍ଟେଲରେ ପିଲାମାନେ ଏକାଠି ହୋଇ ରହୁଛନ୍ତି ତେଣୁ କିଛି ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି। ଏଥିପାଇଁ ହଷ୍ଟେଲରେ ସ୍ବତନ୍ତ୍ର ଭାବରେ ସର୍ଭିଲାନ୍ସ କରାଯାଇଛି। ୪ରୁ ୫ ଦିନ ମଧ୍ୟରେ ସଂକ୍ରମଣ ଆୟତ୍ତକୁ ଆସିବ।

ବର୍ତ୍ତମାନ ବାହାରେ କୋଭିଡ ପ୍ରୋଟୋକଲ ଲୋକମାନେ ମାନୁନାହାନ୍ତି। ଏହା ଆଗାମୀ ଦିନରେ ବଡ଼ ବିପଦ ସୃଷ୍ଟି କରିପାରେ। ତେଣୁ ଜନସାଧାରଣ ସଚେତନ ହେବାର ଆବଶ୍ୟକତା ରହିଛି। ଆବଶ୍ୟକତାଠାରୁ ଅଧିକ ଘରୁ ନ ବାହାରିବାକୁ ଶ୍ରୀ ମହାପାତ୍ର ପରାମର୍ଶ ଦେଇଛନ୍ତି।

ରାଜ୍ୟରେ ୩୩୫ ପଜିଟିଭ୍ ଚିହ୍ନଟ, ୪୭ ଶିଶୁ ଓ କିଶୋର ସଂକ୍ରମିତ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧ ଜଣ ଆକ୍ରାନ୍ତ ଅଛନ୍ତି ।

corona2

ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୧ ଜଣ, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୧୪୧ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୫୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Also Read  Farmer saddened by crop loss and debt burden commits suicide in Bargarh, Odisha; dies while being treated

ରାଜ୍ୟରେ ଏବେ ୧୦ ଲକ୍ଷ ୪୮ ହଜାର ୦୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୧୫୨ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨ ହଜାର ୪୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।