ସ୍ଥଗିତ ରହିଲା ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ

0
829
ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ
ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ

ବରଗଡ଼ : ସ୍ଥଗିତ ରହିଲା ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ । ଡିସେମ୍ବର ଗାଇଡଲାଇନକୁ ନେଇ ଧନୁଯାତ୍ରାକୁ ସ୍ଥଗିତ ରଖାଯାଇଥିବାବେଳେ ଜାନୁୟାରୀ ମାସର ଗାଇଡଲାଇନ୍ ଆସିଲେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।

ବରଗଡ଼ ଜିଳ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳ ତଥା ଧନୁଯାତ୍ରା କମିଟି ଅଧ୍ୟକ୍ଷ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଡିସେମ୍ବର ଗାଇଡ଼ଲାଇନ ଅନୁସାରେ ଧନୁଯାତ୍ରା ଆୟୋଜନ ସମ୍ଭବ ନୁହେଁ ବୋଲି ନିଷ୍ପତ୍ତି ନିଆଯାଇଛି ।

ଦୀର୍ଘ ୧୧ ଦିନ ଧରି ଚାଲୁଥିବା ଏହି ମହୋତ୍ସବରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥାଏ । ତେଣୁ ବର୍ତ୍ତମାନ ପାଇଁ ଯାତ୍ରାକୁ ସ୍ଥଗିତ ରଖାଗଲା ବୋଲି ଜିଲ୍ଲାପାଳ କହିଛନ୍ତି । ତେବେ ଜାନୁଆରୀରେ ରାଜ୍ୟ ସରକାରଙ୍କ ଗାଇଡଲାଇନ ଆସିବା ପରେ ବିଚାର କରାଯିବ ଏବଂ ପୁଣି ବୈଠକ ବସି ନିଷ୍ପତ୍ତି ନିଆଯିବ ବୋଲି ଧନୁଯାତ୍ରା କମିଟିର ଆବାହକ କହିଛନ୍ତି ।

କୋଭିଡ ଗାଇଡଲାଇନ୍‌ ଅନୁଯାୟୀ ଧନୁଯାତ୍ରା ସମ୍ଭବ ନୁହେଁ। ବର୍ତ୍ତମାନ ପାଇଁ ଏହାକୁ ସ୍ଥଗିତ ରଖାଯାଇଛି। ଜାନୁଆରୀ ଗାଇଡଲାଇନ୍‌ ଆସିବା ପରେ ପୁନଃବିଚାର କରାଯିବ ବୋଲି ବରଗଡ଼ ଧନୁଯାତ୍ରା କମିଟି ଅଧ୍ୟକ୍ଷ ତଥା ବରଗଡ଼ ଜିଲ୍ଲାପାଳ ମୋନୀଷା ବାନାର୍ଜୀ କହିଛନ୍ତି।

Also Read  Biswabhusan Harichandan Appointed Chairman of Advisory Council of CNMS