ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିସନଙ୍କ ଆଚରଣ ବିଧି ପ୍ରସ୍ତୁତି

0
720
Odisha SEC Revises Expenditure Limit Ahead Of Urban Poll
Odisha SEC Revises Expenditure Limit Ahead Of Urban Poll

ଭୁବନେଶ୍ବର: ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି। ଏହା ନିର୍ବାଚନ ତାରିଖ ଘୋଷଣା ହେବା ଦିନଠାରୁ ନିର୍ବାଚନର ଫଳାଫଳ ଘୋଷଣା ହେବା ଯାଏଁ ତାହା କାର୍ଯ୍ୟକାରୀ ହେବ ବୋଲି ନିର୍ବାଚନ କମିସନଙ୍କ ପକ୍ଷରୁ କୁହାଯାଇଛି। ଯେକୌଣସି ସମୟରେ ପଞ୍ଚାୟତ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇପାରେ।

ସମ୍ବିଧାନର ଧାରା ୨୪୩-କେ ଓ ପଞ୍ଚାୟତ ଆଇନ୍ ଅନୁଯାୟୀ ମାର୍ଗଦର୍ଶିକା ପ୍ରକାଶ ପାଇବ । ଚଳିତ ଥର ଭୋଟ୍ ଗ୍ରହଣ ଦିନ ଗଣତି ହେବ ନାହିଁ । ଜୋନ୍ ତଥା ବ୍ଲକର ସାମଗ୍ରିକ ତ୍ରିସ୍ତରୀୟ ନିର୍ବାଚନ ସରିବା ପରେ ବ୍ଲକ୍ ମୁଖ୍ୟାଳୟରେ ଗଣତି କରାଯିବ । ୩ଟି ପର୍ଯ୍ୟାୟରେ ଗଣତି ଓ ୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ନିର୍ବାଚନ ଖର୍ଚ୍ଚ ରାଶି ସହ ଗାଡ଼ି ବ୍ୟବହାର ବୃଦ୍ଧି ନେଇ ଘୋଷଣା ହୋଇସାରିଛି ।

Also Read  ଓମିକ୍ରନ କ୍ଷତିକାରକ ନୁହେଁ ବୋଲି ସଠିକ ଭାବେ କହି ହେବ ନାହିଁ