ଖାଇବା ତେଲର କୃତ୍ରିମ ସଙ୍କଟ ଓ କଳାବଜାରୀ ରୋକିବାକୁ ନିର୍ଦ୍ଦେଶ

0
442
ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଭୁବନେଶ୍ବର: କେନ୍ଦ୍ର ସରକାର ଖାଇବା ତେଲ ଉପରେ ସଂଗ୍ରହ କରୁଥିବା ଆମଦାନୀ ଏବଂ ଅନ୍ୟାନ୍ୟ ଶୁଳ୍କ ଅତିକମରେ ସାମୟିକ ଭାବେ ହ୍ରାସ କରିବା ଉଚିତ। ନ ହେଲେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସର ଦରବୃଦ୍ଧି ସହ ଖାଇବା ତେଲର ଦରବୃଦ୍ଧି ଗରିବ, ଚାଷୀ, ମୁଲିଆ, ଖଟିଖିଆ ଏପରିକି ମଧ୍ୟବିତ୍ତ ପରିବାରଙ୍କ ପାଇଁ  ଦୁର୍ବିସହ ହୋଇଯିବ। ରାଜ୍ୟ ସରକାରଙ୍କ ସୀମିତ କ୍ଷମତା ମଧ୍ୟରେ କୃତ୍ରିମ ସଙ୍କଟ କିମ୍ବା କଳାବଜାରୀ ରୋକିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି।

ସାଂପ୍ରତିକ ୟୁକ୍ରେନ ଓ ରୁଷିଆ ଯୁଦ୍ଧ ପରିସ୍ଥିତିରେ ଖାଇବା ତେଲର ଦରବୃଦ୍ଧିକୁ ନେଇ ଚିନ୍ତା ପ୍ରକଟ କରି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଟୁଇଟରରେ ଲେଖିଛନ୍ତି,  ସାଂପ୍ରତିକ ଯୁଦ୍ଧ ପରିସ୍ଥିତିରେ ଅନେକ ଦେଶ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ପ୍ରଭାବିତ ହେଉଛନ୍ତି ଏବଂ ଆଗାମୀ ଦିନରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏହି ପରିପ୍ରେକ୍ଷୀରେ ଦେଶରେ ଖାଇବା ତେଲ, ବିଶେଷ ଭାବେ ସୂର୍ଯ୍ୟମୁଖ୍ୟ ତେଲର ଦର ବଢିବା ଆଶଙ୍କା ରହିଛି। ବଜାରରେ ଏହାର ପ୍ରଭାବ ଅନୁଭୂତ ହେବା ଆରମ୍ଭ ହୋଇଛି।

ୟୁକ୍ରେନ ଓ ରୁଷିଆ ଯୁଦ୍ଧ ପରିପେକ୍ଷୀରେ ଖାଇବା ତେଲ, ବିଶେଷ ଭାବେ ସୂର୍ଯ୍ୟମୁଖ୍ୟ ତେଲର ମୂଲ୍ୟବୃଦ୍ଧିର ଆଶଙ୍କା ରହିଛି। ତେଣୁ କୃତ୍ରିମ ସଙ୍କଟ ଏବଂ କଳାବଜାରୀ ରୋକିବା ସହ ଖାଇବା ତେଲର ଅନବରତ ଯୋଗାଣ ପାଇଁ ବିଭାଗୀୟ ଅଧିକାରୀଙ୍କ ସହ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି।

Also Read  Tapping value added to finance urban infra projects through innovative Value Capture Financing