ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୮ କୋଭିଡ୍ ପଜିଟିଭ୍ ଚିହ୍ନଟ

0
612

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୩୫୩କୁ ବୃଦ୍ଧି ପାଇଥିବା ବେଳେ ୧୨୭୬୧୫୦ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୦୪୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Also Read  Odisha Registers Over 7K Fresh Covid-19 Cases In 24 Hours