୨୪ ଘଣ୍ଟାରେ ଦେଶରେ ୨,୦୭୫ କୋଭିଡ୍‌-୧୯ ଆକ୍ରାନ୍ତ; ୭୧ ଜଣ ମୃତ

0
952
Mask is mandatory in Delhi now. In case of violation, one has to pay a penalty of Rs.500. This has been implemented as pandemic situation is slowly deteriorating in the national capital.
India Records 14,148 New Covid cases And 302 Deaths

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୭୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୭୧ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୬,୦୮୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୭୧ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୩୫୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୩୮୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୬୧,୯୨୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୭୮୦୨।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୦୪,୯୬,୯୨୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୨୨,୨୮,୬୮୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୭୦,୫୧୪ଟି ନମୁନା।

Also Read  ମହାନଗର ନିଗମ ମେୟର ଶପଥ ଗ୍ରହଣ କଲେ ସୁବାସ ସିଂ