ଡିଜେଲ ଦର ଵୃଦ୍ଧି ପରେ ରାଜ୍ୟରେ ବଢିଲା ବସ୍ ଭଡା

0
183
again bus-fair-hike in state

ଭୁବନେଶ୍ବର: ରାଜ୍ୟରେ ବଢିଲା ବସ୍ ଭଡା। ତୈଳଦର ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁ ବସଭଡା ବୃଦ୍ଧି ପାଇଛି। ସାଧାରଣ ବସ୍ ଭଡା କିଲୋମିଟର ପିଛା ୮୭ରୁ ୯୦ ପଇସାକୁ ବୃଦ୍ଧି । ସେହିପରି ଏକ୍ସପ୍ରେସ୍ ବସ ଭଡା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି । ତା ସହିତ ଡିଲକ୍ସ ବସ ଭଡା ୧ଟଙ୍କା ୨୫ ପଇସାରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି ଓ ଏସି ଡିଲକ୍ସ ଭଡା ୧ ଟଙ୍କା ୫୩ ପଇସାରୁ ୧ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଛି । ଅନ୍ୟପଟେ ସୁପର ପ୍ରିମିୟମ ଭଡା ୨ ଟଙ୍କା ୩୮ ପଇସାରୁ ୨ ଟଙ୍କା ୪୭ ପଇସାକୁ ବୃଦ୍ଧି ପାଇଛି । ଭଡା ବୃଦ୍ଧି ନେଇ ଅଲ ଓଡିଶା ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଏହି ସୂଚନା ଦେଇଛନ୍ତି ।

ଗତ ୧୦ ଦିନରେ ୯ ଥର ବଢ଼ିଲାଣି ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଯୋଗୁଁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ବୃଦ୍ଧି ପାଉଛି । ଯାହାର ସିଧାସଳଖ ପ୍ରଭାବ ଜନସାଧାରଣଙ୍କ ପକେଟ୍ ଉପରେ ପଡ଼ିଛି । ଆଗକୁ ମଧ୍ୟ ପେଟ୍ରୋଲ ଓ ଡିଜେଲ୍ ଦର ଆହୁରି ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ କହିଛନ୍ତି ।

Also Read  Paddy laden Tractor Overturns in Jajpur, 2 Killed

LEAVE A REPLY

Please enter your comment!
Please enter your name here