୨୪ ଘଣ୍ଟାରେ ଦେଶରେ ୧,୨୬୦ କୋଭିଡ୍‌-୧୯ ଆକ୍ରାନ୍ତ; ୮୩ ଜଣ ମୃତ

0
315
more 836-new-corona-positive case-in-odisha

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ଦେଢ଼ ହଜାରରୁ ଯଥେଷ୍ଟ କମ୍‌ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୬୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୬୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୭,୦୩୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୨୬୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୪୦୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୨,୩୨୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୪୪୫। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୪,୫୨,୪୪,୮୫୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୦୨,୯୮,୯୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୫,୨୮,୦୨୧ଟି ନମୁନା।

Also Read  ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା ଓ ମୃତ୍ତିକା ସରକ୍ଷଣ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକ