ରାଜଧାନୀକୁ ଡରାଇଲାଣି କରୋନା, ଦିନକରେ ୧୨%ରୁ ଅଧିକ ସଂକ୍ରମିତ ଚିହ୍ନଟ

0
362

ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ରବିବାର ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଛି। ପଜିଟିଭ୍ ହାର ୪.୨୧ ପ୍ରତିଶତ ରହିଛି। ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ କୌଣସି ମୃତାହତର ଖବର ମିଳିନାହିଁ। ଦିଲ୍ଲୀ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀରେ ରବିବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୨୬୧ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦିଲ୍ଲୀରେ ବର୍ତ୍ତମାନ ସୁଦ୍ଧା ୧୮ ଲକ୍ଷ ୬୮ ହଜାର ୫୫୦ ଜଣ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ୧୮ ଲକ୍ଷ ୪୦ ହଜାର ୮୭୨ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ୨୬,୧୬୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କେହି ମୃତାହତ ହୋଇନାହାନ୍ତି। ତେବେ ରବିବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ଶନିବାର ତୁଳନାରେ ୧୨ ପ୍ରତିଶତ ଅଧିକ ।

କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଦିଲ୍ଲୀ ସରକାର ଚିନ୍ତାରେ ପଡ଼ିଛନ୍ତି। ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଯେଉଁ ସ୍କୁଲର ଶ୍ରେଣୀରୁ ବିଦ୍ୟାର୍ଥୀ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହେବେ ସେହି ଶ୍ରେଣୀକୁ ବନ୍ଦ କରାଯିବ ବୋଲି ସରକାର ଗାଇଡଲାଇନ ଜାରି କରିଛନ୍ତି। ଦିଲ୍ଲୀରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୧୮ରେ ପହଞ୍ଚିଛି। ସେଥିମଧ୍ୟରୁ ୯୬୪ ଜଣ ଘରେ କ୍ୱାରେଣ୍ଟାଇନରେ ଥିବା ବେଳେ ୩୭ ଜଣ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read  ୨୦୨୨-୨୩ର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ