ରାଜ୍ୟର ୮ ଜିଲ୍ଲାରୁ ୧୩ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

0
469

ଭୁବନେଶ୍ବର: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୮ଟି ଜିଲ୍ଲାରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ମାର୍ଚ୍ଚ ୧୧ରେ ନାଏବ ସରପଞ୍ଚ ପଦବୀ ଲାଗି ନିର୍ବାଚନ