ରାଜ୍ୟରେ ବୃଦ୍ଧି ହେଲା କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ, ଉପକୃତ ହେବେ ସାଢେ ୭ ଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳୀ

0
158
kendu-leaf-collection-price-hiked

ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଥିରେ ତୋଳାଳି ମାନେ ପାଇବେ ୨ ଶହ ୪୦ କୋଟି ଟଙ୍କା । ଫଳରେ ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ । ଏହା ସହିତ ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ମୋଟ୍ ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ ଅନ୍ୟ କର୍ମଚାରୀ ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ ।

ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି । ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ । ସୂଚନା ଅନୁସାରେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।

Also Read  Puri Swargadwara land grab issue: Amidst protest cop's khakee catches fire

LEAVE A REPLY

Please enter your comment!
Please enter your name here