ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ

0
461
Corona Positive case in india today

ଭୁବନେଶ୍ବର: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ମାତ୍ର ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୦୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ଓଡ଼ିଶାର ପ୍ରସିଦ୍ଧ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ପଣ୍ଡିତ ଦାମୋଦର ହୋତାଙ୍କ ପରଲୋକ