ଆଜି ପବିତ୍ର ଅକ୍ଷୟ ତୃତୀୟା, ଅକ୍ଷିମୁଠି ଅନୁକୂଳ କରିବେ ଚଷା ପୁଅ

0
725
akshaya-tritiya-2022

ଶୁଭ ଅନୁକୂଳର ପର୍ବ ପବିତ୍ର ଅକ୍ଷୟ ତୃତୀୟା । ବହୁ ପୁରାତନକାଳରୁ ଅକ୍ଷୟ ତୃତୀୟା ପର୍ବ ପାଳିତ ହୋଇଆସୁଛି । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମାଲକ୍ଷ୍ମୀ ପୂଜାର୍ଚନା ସହ ପ୍ରାର୍ଥନା କରନ୍ତି । ଏହାବ୍ୟତୀତ ମହାପ୍ରଭୁଙ୍କ ଚନ୍ଦନ ଓ ଚାପ ଯାତ୍ରା ଏହି ଦିନରୁ ଆରମ୍ଭ ହୁଏ । ଏହାସହିତ ଆଜି ମହାପ୍ରଭୁଙ୍କ ରଥ କାଠ ମଧ୍ୟ ଅନୁକୂଳ ହୁଏ ।

ଅକ୍ଷୟ ତୃତୀୟାର ଶୁଭ ମୁହୂର୍ତ୍ତରେ ଚାଷୀ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ, ବିହନଭରା ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂଆ ଟୋକେଇରେ ପିଠା ସହିତ ହଳଲଙ୍ଗଳ ଧରି କ୍ଷେତକୁ ଯାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ। ଏହାକୁ ଅକ୍ଷିମୁଠି କୁହାଯାଏ। ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି । ଏହିଦିନଟି ଓଡିଶାର ମହାନ ସଂସ୍କୃତି ଶ୍ରୀଜଗନ୍ନାଥ ସଂସ୍କୃତି ସହିତ ମଧ୍ୟ ଜଡିତ।

Also Read  ‘No Causalities’ Reported in Cyclone Dana: CM Mohan