ସୋଆକୁ ସୋସିଆଲ୍ ଲିଡରସିପ୍ ଆୱାର୍ଡ :ୱିମେନ୍ ବିଜନେସ୍ ମେଳା- ୨୦୨୨ ମେଳାରେ ସୋଆ ସମ୍ମାନିତ

0
271
Social Leadership Award To SoA
Social Leadership Award To SoA

ଭୁବନେଶ୍ୱର: ମେ ୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସୋସିଆଲ୍ ଲିଡରସିପ୍ ଆୱାର୍ଡରେ ସମ୍ମାନିତ କରାଯାଇଛି । Indian Chamber Of Commerce ର Indian Women Entrepreneurship Council ଦ୍ୱାରା ଆୟୋଜିତ ଭାରତ ର ପ୍ରଥମ ମହିଳା ଉଦ୍ୟୋଗୀ ମେଳା ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ Social Leadership Award ମିଳିଛି I ସୋଆ  ପକ୍ଷରୁ ଲୋକସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର ପୂର୍ବତନ ମିସ୍ ୟୁନିଭର୍ସ ତଥା ବଲିଉଡ୍ ଅଭିନେତ୍ରୀ ଲାରା ଦତାଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ ।
ଭୁବନେଶ୍ୱର ଜନତା ମଇଦାନଠାରେ ବୁଧବାର ଆରମ୍ଭ ହୋଇଥିବା ଏହି ମହିଳା ଉଦ୍ୟୋଗୀ ମେଳା ୨୦୨୨କୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ Video Conference ମାଧ୍ୟମରେ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଉଚ୍ଚଶିକ୍ଷା, କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ ।

ମେଳାରେ ଲାରା ଦତା ଶୋଭାବର୍ଦ୍ଧନ କରିବା ସହ ବଲିଉଡ୍‌ରେ ନିଜର ଅନୁଭୂତି ଏବଂ ମହିଳା ସଶକ୍ତିକରଣ ସମ୍ପର୍କରେ ମତ ରଖିଥିଲେ । ୧୦୦ରୁ ଉର୍ଦ୍ଧ୍ୱ ମହିଳା ଉଦ୍ୟୋଗୀ ସାମିଲ ହୋଇଥିବା ଏହି ମେଳାରେ ଶିକ୍ଷା ଓ ଅନୁସନ୍ଧାନକୁ ସାମାଜିକ ଦାୟିତ୍ୱ ବହନ ନିମନ୍ତେ ସମ୍ମାନିତ କରାଯାଇଛି । ରାଜ୍ୟର କୋଣ ଅନୁକୋଣରୁ ଛୋଟ ବଡ଼ ବହୁ ମହିଳା ଉଦ୍ୟୋଗୀ ସାମିଲ୍ ହୋଇଥିବା ଏହି ମେଳା ଆସନ୍ତା ମେ ୮ ତାରିଖ ଯାଏଁ ଚାଲିବ ।

 

Also Read  ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ଶାସ୍ତ୍ରୀୟ ଓଡ଼ିଆ ଉତ୍କର୍ଷ ଅଧ୍ୟୟନ କେନ୍ଦ୍ରର ନିର୍ଦ୍ଦେଶକ

LEAVE A REPLY

Please enter your comment!
Please enter your name here