ଆସନ୍ତା ୧୦ରେ ବଡ଼ ଧରଣର ବର୍ଷା, ପବନ ସମ୍ଭାବନା କମ୍-IMD

0
281
Cyclone May Form After 8th May; Its Path & Intensification Is Yet To Be Known
Cyclone May Form After 8th May; Its Path & Intensification Is Yet To Be Known

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଆସନ୍ତାକାଲିଠାରୁ ପବନର ବେଗ ବଢ଼ିବ । କାଲି ଘଂଟା ପ୍ରତି ୫୫ରୁ ୬୫ କି.ମି. ବେଗରେ ପବନ ବହିପାରେ । ଯାହାର ଝଟକା ୭୫ କି.ମି ପର୍ଯ୍ୟନ୍ତ ହୋଇପାରେ । ୯ ତାରିଖରେ ଘଂଟା ପ୍ରତି ୬୫-୭୫ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ୮୦ରୁ ୯୦ କିଲୋମିଟର ବେଗରେ ପବନ ହୋଇପାରେ ।

ଏପରିକି ଏହାର ଝଟକା ୧୦୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ ବୋଲି ପ୍ରାଥମିକ ଆକଳନ କରାଯାଉଛି । ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ମଧ୍ୟକୁ ଓ ୧୦ ତାରିଖରେ ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳକୁ ପ୍ରବେଶ ନେଇ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଏଥି ସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

Also Read  ଦ୍ଵିତୀୟଥର ପାଇଁ ପୁଷ୍କର ସିଂହ ଧାମି ହେବେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ

LEAVE A REPLY

Please enter your comment!
Please enter your name here