ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କଲା ବିଜେପି

0
198
radharani-panda-became-the-bjp-candidate for-brajarajnagar-bypoll

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ଆଗରୁ ରାଧାରାଣୀ ପଣ୍ଡାଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ପାଲଟିଥିଲା। ପ୍ରତିଦ୍ବନ୍ଦ୍ବିତା ପାଇଁ ପ୍ରସ୍ତୁତ ରହିଥିବାକୁ ଦଳ ତାଙ୍କୁ କହିଥିବା ସେ ସୂଚନା ଦେଇଥିଲେ। ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ସେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ।ତେବେ ଗତ ୨୦୧୯ ନିର୍ବାଚନରେ ରାଧାରାଣୀ ପରାଜିତ ହୋଇଥିଲା । ବିଜେଡି ଏଠାରେ ବିଜୟୀ ବାନା ଉଡାଇଥିଲା ।

ସେପଟେ କଂଗ୍ରେସ ପ୍ରାର୍ଥୀ ଚୟନ ରେସରେ ଆଗରେ ଅଛନ୍ତି ଦଳର ବରିଷ୍ଠ ନେତା କିଶୋର ପଟେଲ। ତାଙ୍କୁ ପ୍ରାର୍ଥୀ ପାଇଁ ଦଳ ଚୂଡ଼ାନ୍ତ କରିଥିବା କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଛନ୍ତି । ସୂଚନା ଅନୁଯାୟୀ, ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ବ୍ରଜରାଜନଗର ଆସନରୁ କିଏ ପ୍ରାର୍ଥୀ ହେବ, ସେନେଇ ଅନେକ କଳ୍ପନାଜଳ୍ପନା ଚାଲିଛି।

Also Read  ଆସନ୍ତା ୩ରୁ ୪ ସପ୍ତାହ ପରେ ରାଜ୍ୟରେ ବଢିପାରେ କରୋନା ସଂକ୍ରମଣ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

LEAVE A REPLY

Please enter your comment!
Please enter your name here