ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

0
412
brajarajnagar-by-election-kishore-patel-declare-congress-candidate

ଭୁବନେଶ୍ବର: ବହୁପ୍ରତୀକ୍ଷିତ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ ଭାବେ ଘୋଷଣା କରିଛି । ଏ ନେଇ ଏଆଇସିସି ପକ୍ଷରୁ ଘୋଷଣା କରାଯାଇଛି।ଦଳର ବରିଷ୍ଠ ନେତା କିଶୋର ପଟେଲଙ୍କୁ ନେଇ ଦଳ ବ୍ରଜରାଜନଗର ଉପ ନିର୍ବାଚନରେ ବୈତରଣୀ ପାର ହେବା ନେଇ ଆଶା ଓ ବିଶ୍ୱାସ ପ୍ରକଟ କରିଛି । ପୂର୍ବରୁ କିଶୋର ବ୍ରଜରାଜନଗରରୁ କଂଗ୍ରେସ ପ୍ରାର୍ଥୀ ହେବେ ବୋଲି ସଂକେତ ଦେଇଥିଲେ ବିଧାୟକ ସନ୍ତୋଷ ସିଂ ସାଲୁଜା ।

ରବିବାର ବିଜେପି ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ବ୍ରଜରାଜନଗର ପ୍ରାର୍ଥୀ ନେଇ ଲିଖିତ ପ୍ରେସ ବିଜ୍ଞପ୍ତି ପ୍ରକାଶ କରିଥିଲା । ସୋମବାର ବିଜୁ ଜନତା ଦଳ ମଧ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । ଦିବଙ୍ଗତ ବିଧାୟକ ତଥା ବରିଷ୍ଠ ବିଜେଡି ନେତା କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ରୂପେ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ, ଗତ ଡିସେମ୍ବର ମାସ ୩୦ ତାରିଖରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଛି।

Also Read  Exclusive exhibition of handmade products by awardee woman artisans and weavers Textiles Secretary inaugurates exhibition on International Women’s Day 2017