୨୪ ଘଣ୍ଟାରେ ଦେଶରେ ୨,୮୨୭ କୋଭିଡ୍‌-୧୯ ଆକ୍ରାନ୍ତ; ୨୪ଜଣ ମୃତ

0
575
Corona Positive case in india today

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ କମିଥିଲେ ମଧ୍ୟ ଗତକାଲି ପରି ୩ ହାଜର ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୨୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୪ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୨୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୩,୪୧୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୪ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୧୮୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୨୩୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୭୦,୧୬୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୦୬୭। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୮୩,୯୬,୭୮୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୨୪,୫୮,୧୬୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୭୧,୨୭୬ଟି ନମୁନା।

Also Read  ୨୪ ଘଣ୍ଟାରେ ଦେଶରେ ୨,୮୨୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୪ଜଣ ମୃତ