ଛୁଟି ନମିଳିବାରୁ ଆତ୍ମହତ୍ୟା କଲେ ଅଗ୍ନିଶମ କର୍ମଚାରୀ ! ସୁଇସାଇଡ୍ ନୋଟ ସହ ଜଙ୍ଗଲରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ

0
337
Girl Dies As A Speeding Bus Drags Her Body For 500 Meters In Odisha's Bolangir
Girl Dies As A Speeding Bus Drags Her Body For 500 Meters In Odisha's Bolangir

ଭଞ୍ଜନଗର: ଛୁଟି ନ ମିଳିବାରୁ ଆତ୍ମହତ୍ୟା କଲେ ଅଗ୍ନିଶମ କର୍ମଚାରୀ । ଗଞ୍ଜାମ ଗାଙ୍ଗପୁର ଥାନା ବୁଢ଼ାକେନ୍ଦୁ ଜଙ୍ଗଲରେ ଅଗ୍ନିଶମ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ କର୍ମଚାରୀ ଜଣକ କେନ୍ଦୁଝର ଜିଲ୍ଲାର ଦୟାନିଧୀ ମହନ୍ତ । ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଥିଲେ ଦୟାନିଧୀ । ଦୀର୍ଘ ୨୪ ବର୍ଷ ଧରି ଦୟାନିଧୀ ଏଠାରେ କାର୍ଯ୍ୟରତ ଥିଲେ ।

ତାଙ୍କ ମୃତଦେହ ପାଖରୁ ସୁଇସାଇଡ୍ ନୋଟ୍ ଜବତ କରାଯାଇଛି । ସେଥିରେ ସେ ଉଲ୍ଲେଖ କରିଛନ୍ତି, ‘ଅଗ୍ନିଶମ ସେବା ସଂସ୍ଥାରେ ଗତ ୨୪ ବର୍ଷ ହେଲା କାମ କରୁଥିଲେ । ମୟୂରଭଞ୍ଜରେ ଥିବା ବେଳେ ତାଙ୍କ ବାପା, ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବା ଜଣାଇ ପାଖାପାଖି ଅଗ୍ନିଶମ କେନ୍ଦ୍ରକୁ ବଦଳି ପାଇଁ କହିଥିଲି । ୧୫ ହଜାର ଟଙ୍କା ନଦେବାରୁ କନ୍ଧମାଳ ବଦଳି କରିଦିଆଗଲା । ଫଳରେ ବାପା, ମାଆଙ୍କ କଥା ବୁଝି ପାରିନଥିଲି । ଯାହାଫଲରେ ବାପାମାଆଙ୍କ ମୃତ୍ୟୁ ଘଟିଥିଲା । ଏହାପରେ ମୋତେ ଆସିକାକୁ ବଦଳି କରାଯାଇଥିଲା । ତେବେ ଛୁଟି ନମିଳିବାରୁ ସ୍ତ୍ରୀ ଓ ପିଲାମାନଙ୍କୁ ୨ ବର୍ଷ ହେଲା ଦେଖି ନଥିଲେ । ଯାହାକୁ ନେଇ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇଥିଲା । ବାପାମାଆଙ୍କ ଦେଖାଶୁଣା କରିପାରିଲେନି ସେମାନେ ଚାଲିଗଲେ । ସ୍ତ୍ରୀ ମଧ୍ୟ ଦୂରେଇ ଗଲେ । ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରୁଛି ।’

ଏପରି ସୁଇସାଇଡ ନୋଟ୍‌ ଲେଖି ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଦୟାନିଧି। ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢ଼ାକେନ୍ଦୁ ଜଙ୍ଗଲରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଦୟାନିଧିଙ୍କ ମୃତଦେହ ନିକଟରେ ଏକ ବ୍ୟାଗ ପଡ଼ିଥିଲା। ଏହି ବ୍ୟାଗରୁ ଦୁଇ ପୃଷ୍ଠାର ସୁଇସାଇଡ୍ ନୋଟ୍‌କୁ ଜବତ କରିଛି ପୁଲିସ। ଦୟାନିଧି ସୁଇସାଇଡ୍‌ ନୋଟରେ ଆହୁରି ଅନେକ କଥା ଲେଖିଥିବା ଜଣାଯାଇଛି।

ଗତକାଲି ରାତିରେ ବୁଢାକେନ୍ଦୁ ରାସ୍ତା ଉପରେ ଅଗ୍ନିଶମ ଗାଡିଟି ରହିଥିବା ଦେଖିଥିଲେ ସ୍ଥାନୀୟ ଲୋକେ । ଆଜି ସକାଳୁ କର୍ମଚାରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ଗାଙ୍ଗପୁର ପୋଲିସକୁ ଖବର ଦେଇଥିଲେ । ଗାଙ୍ଗପୁର ପୋଲିସ ଘଟଣାର ତଦନ୍ତ କରୁଛି । ଅନ୍ୟପଟେ ଆସିକା ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଛି ।

Also Read  ଓଡ଼ିଶା ପୁଲିସରେ ଇଞ୍ଜିନିୟରିଂ ସ୍ନାତକଙ୍କୁ ମିଳିବ ନିଯୁକ୍ତି : କେବେ ଓ କିପରି ଆବେଦନ କରିବେ ଜାଣନ୍ତୁ ?