ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର

0
421
first-case of xe-variant-of-corona-detected-in-mumbai-india

ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ମାତ୍ର ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ୧୨, ୮୮, ୪୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୫୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ଆଜିଠୁ ରାଜଧାନୀରେ ଗଡିବ ଇ-ବସ୍‌, ସନ୍ଧ୍ୟାରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ