ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର: ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇଁ ମାଟ୍ରିକ ଫଳ

0
509
matric-exam-results-will declare-on July 6

ଭୁବନେଶ୍ୱର: ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ । ଖାତା ମୂଲ୍ୟାୟନ ସରିଛି । ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ମାଟ୍ରିକ୍ ଖାତା ଦେଖା ସରିବା ପରେ ଅନ୍‌ଲାଇନ୍‌ରେ ମାର୍କ ଅପଲୋଡିଂଙ୍କ ସହ ଅନ୍ୟ ପ୍ରକିୟର ଚାଲିଥିବା ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ ଚଳିତବର୍ଷ ୫ ଲକ୍ଷ ୨୮ ହଜାର ପିଲା ମାଟ୍ରିକ ପରୀକ୍ଷା ଦେଇଥିଲେ । ରାଜ୍ୟରେ ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଦୁଇ ସପ୍ତାହରେ ଖାତାଦେଖା ସରିଛି । ପରୀକ୍ଷାର୍ଥୀଙ୍କ ମାର୍କ ଅନଲାଇନରେ ଅପଲୋଡ କରାଯାଉଥିବା ବେଳେ, SOSC ଓ ମଧ୍ୟମା ପରୀକ୍ଷାର୍ଥୀଙ୍କ ମାର୍କ ଅଫଲାଇନ ମୋଡରେ ରେକର୍ଡ କରାଯାଇଛି ।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ଏହାପରେ ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା।

Also Read  BJD Koraput district president suspended for immature conduct during the ZP chairman election