ଦେଶରେ ସାମାନ୍ୟ ଉପରମୁହାଁ କରୋନା ସଂକ୍ରମଣ : ୫ ରାଜ୍ୟକୁ ଚିଠି ଲେଖିଲା କେନ୍ଦ୍ର

0
414
Corona Positive case in india today

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଲା କରୋନା ସଂକ୍ରମଣ। ୨୪ ଘଣ୍ଟାରେ ୩ ହଜାର ୯୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନାରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ ସୁସ୍ଥ ହୋଇଛନ୍ତି ୨ ହଜାର ୬୯୭ ଜଣ । ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୨ ହଜାର ୪୧୬ରେ ପହଂଚିଛି । ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପରେ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହାସହ ସଂକ୍ରମଣ ରୋକିବା ଓ ନିୟନ୍ତ୍ରଣ କରିବା ଲାଗି ସଜାଗ ଓ ସତର୍କ ରହିବାକୁ କେନ୍ଦ୍ର ସରକାର ୫ ରାଜ୍ୟ ସରକାରଙ୍କୁ କହିଛନ୍ତି। ଏନେଇ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଜଣାଇଛନ୍ତି।

ସଂକ୍ରମଣ ଯେପରି ନ ବ୍ୟାପେ ସେଥିଲାଗି ଆବଶ୍ୟକ ପଦକ୍ଷେପ ନିଆଯାଉ। କିଛି ରାଜ୍ୟରେ ସଂକ୍ରମଣ ବଢ଼ିବାରୁ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ଏଣୁ ଅଧିକ ବ୍ୟାପିବା ଆଶଙ୍କା କରି ସତର୍କ ରହିବାକୁ ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର। ନିୟମିତ ଭାବେ ପରୀକ୍ଷା, ସ୍କ୍ରିନିଂ, ଟିକାକରଣ ଜାରି ରଖିବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି।

Also Read  PM Modi chairs high-level meeting