ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୮,୦୮୪ ଜଣ ଆକ୍ରାନ୍ତ; ୧୦ଜଣ ମୃତ

0
453
first-case of xe-variant-of-corona-detected-in-mumbai-india

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଅଳ୍ପ ହ୍ରାସ ପାଇ ୮,୦୮୪ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୦୮୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮,୦୮୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୩୦,୧୦୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୭୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୫୯୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୫୭,୩୩୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୭୯୯୫।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୧୯,୮୧,୧୫୦ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୫୧,୦୮,୮୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୪୯,୪୧୮ଟି ନମୁନା।

Also Read  ନୂତନ ରୂପ ନେବ କଟକ ଚଣ୍ଡୀ ମନ୍ଦିର; ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ; ଖର୍ଚ୍ଚ ହେବ ୭୦ କୋଟି ଟଙ୍କା