ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମାସ୍କ ବାଧ୍ୟତାମୂଳକ; କରୋନା ଲକ୍ଷଣ ଥିଲେ, ଘରେ ରହି ଟିଭିରେ ରଥଯାତ୍ରା ଦେଖନ୍ତୁ: ସ୍ୱାସ୍ଥ୍ୟ ନିର୍ଦେଶକ

0
457
wearing-mask is-mandatory-in-puri-during Rath Yatra

ଭୁବନେଶ୍ଵର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ଯୋଗୁଁ ଏବଂ ପୁରୀରେ ସଂକ୍ରମଣ ଥିବା ହେତୁ ଏଭଳି ନିଷ୍ପତ୍ତି ନିଆଯାଇଛି। ସେ ଆହୁରି କହିଛନ୍ତି, ଯେଉଁମାନଙ୍କଠାରେ କରୋନାର ଲକ୍ଷଣ ରହିଛି, ସେମାନେ ପୁରୀ ନ ଆସି ଘରେ ରହି ଟିଭିରେ ରଥଯାତ୍ରା ଦେଖିବା ଭଲ। ଏବେ ରାଜ୍ୟରେ କିଛି ମାତ୍ରାରେ ସଂକ୍ରମଣ ବଢ଼ିଛି । ଖୋର୍ଦ୍ଧାରେ ମଧ୍ୟ ସଂକ୍ରମଣ ବଢ଼ୁଛି । ଟେଷ୍ଟିଂ ସଂଖ୍ୟା ବଢ଼ିବ ବୋଲି କହିଛନ୍ତି ବିଜୟ ମହାପାତ୍ର ।

ରାଜ୍ୟରେ ବଢ଼ିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ । ଏ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଏବେ ରାଜ୍ୟରେ କିଛି ମାତ୍ରାରେ ସଂକ୍ରମଣ ବଢ଼ିଛି । ଖୋର୍ଦ୍ଧାରେ ମଧ୍ୟ ସଂକ୍ରମଣ ବଢ଼ୁଛି । ଟେଷ୍ଟିଂ ସଂଖ୍ୟା ବଢ଼ିବ ବୋଲି କହିଛନ୍ତି ବିଜୟ ମହାପାତ୍ର ।

ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୧ ତାରିଖରେ ହେବ। ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରାଜ୍ୟ ସରକାର ପୁରୀ ଜିଲ୍ଲା ପ୍ରଶାସନକୁ କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ରଥଯାତ୍ରା ସମୟରେ କୋଭିଡ-୧୯ ପଜିଟିଭ୍ ରୋଗୀଙ୍କୁ ଚିକିତ୍ସା ଯୋଗାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Also Read  ସାମ୍ବାଦିକଙ୍କ ଗୋଡ଼ରେ ବେଡି ବାନ୍ଧିବା ଘଟଣା: ନିଜ ଆଡୁ ମାମଲା ରୁଜୁ କରି ଆଇଜିଙ୍କୁ ରିପୋର୍ଟ ତଲବ କଲେ OHRC