ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

0
349
matric-exam-results-will declare-on July 6

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଆସନ୍ତା ବୁଧବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ୬ତାରିଖ ଦିନ ଗୋଟାଏରେ ରେଜଲ୍ଟ ପ୍ରକାଶ ପାଇବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ ।

ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ସଚିବାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନଷ୍ପତ୍ତି ନିଆଯାଇଛି । ୬ ତାରିଖ ଦିନ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀ କେଉଁ ସାଇଟ୍‌ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନ୍‌ରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ।

Also Read  Odisha: Gajapati Police to launch a new initiative for the safety and security of women and girls