ଆସନ୍ତା ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

0
478
Odisha Triggers Its Preparation To Face Cyclonic Storm 'Montha'
Odisha Triggers Its Preparation To Face Cyclonic Storm 'Montha'

ଭୁବନେଶ୍ବର: ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା I ଉତ୍ତର ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ଯାଏ ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ୮.୩୦ ଯାଏ କନ୍ଧମାଳ, ନରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି।

Also Read  ବାରହା ମାଂସ ପାଇଁ ବନ କର୍ମଚାରୀ ହଟହଟା : କେଉଁଠି ଜାଣନ୍ତୁ ?