ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଅପରାହ୍ନ ୫ରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

0
303
champak-dwadas-rituals-in-srimandira

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ।

Also Read  ଦାଉଦ୍‌ର ଡି-କମ୍ପାନୀ ଉପରେ ଏନଆଇଏର କାର୍ଯ୍ୟାନୁଷ୍ଠାନ, ୨୦ଟିରୁ ଅଧିକ ସ୍ଥାନରେ ଚଢାଉ