୧୩ରେ ଆଉ ଏକ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା

0
345
Odisha Triggers Its Preparation To Face Cyclonic Storm 'Montha'
Odisha Triggers Its Preparation To Face Cyclonic Storm 'Montha'

ଭୁବନେଶ୍ୱର: ଅଗଷ୍ଟ ୧୩ ତାରିଖ, ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଗତକାଲି (ମଙ୍ଗଳବାର) ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଛତିଶଗଡ଼ ଉପରେ ରହିଥିବା ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇ ଏକ େଓ୍ଵଲ ମାର୍କଡ ଲଘୁଚାପରେ ପରିଣତ ହୋଇଥିଲା ଏବଂ ବର୍ତ୍ତମାନ ଏହା ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ ଉପରେ ଅବସ୍ଥିତ ରହିଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଯିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍‌ ୧୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Also Read  ଅନ୍ୟ ଦେଶରେ ବଢ଼ୁଛି ସଂକ୍ରମଣ : କରୋନାକୁ ଲୋକେ ଡରିବା ଦରକାର