ପ୍ରଥମ ରାଜ୍ୟ ଭାବେ ଓଡିଶା ସରକାର ନବଦମ୍ପତିଙ୍କୁ ଦେବେ ବିବାହ ଗିଫ୍ଟ

0
388
state-govt-will-give-gift-for-newly-wed-couple

ଭୁବନେଶ୍ବର: ନବ ଦମ୍ପତିଙ୍କୁ ସରକାରୀ ଉପହାର । ନବ ବିବାହିତଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଦେବ ଉପହାର । ନୂଆ ବିବାହ କରିଥିବା ଦମ୍ପତିଙ୍କୁ ଆଶା କର୍ମୀ ଦେବେ ଏହି ଉପହାର । ସ୍ୱାସ୍ଥ୍ୟ ବିଭାଗର ଏନଆରଏଚଏମ୍ ତରଫରୁ ଦିଆଯିବ “ନବଦମ୍ପତି ଗିଫ୍ଟ”। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ଓ ଏନଆରଏଚଏମ୍ ନିର୍ଦେଶିକା ଶାଲୀନି ପଣ୍ଡିତ ସୂଚନା ଦେଇଛନ୍ତି। ଯେଉଁ ଗିଫ୍ଟ ପ୍ୟାକେଟରେ ରହିବ ୨ଟି ଟାୱେଲ , ନେଲ କଟର ,ଆଇନା,ପାନିଆ, ଟିକିଲି,ରୁମାଲ, ସହ ପରିବାର ନିୟୋଜନ କିଟ । ଏହି ପରିବାର ନିୟୋଜନ କିଟରେ ନିରୋଧକ, ଓରାଲ କଣ୍ଟ୍ରା ସେପଟିକ ପିଲ , ପ୍ରେଗନେନ୍ସି ଟେଷ୍ଟିଂ କିଟ,ଏମରଜେନ୍ସି କଣ୍ଟ୍ରା ସେପ୍ଟିକ ପିଲସ ଓ ବିବାହ ପଞ୍ଜିକରଣ ଫର୍ମ ରହିବ । ତା ସହ ପରିବାର ଓ ସ୍ୱାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ କେତେକ ପୁସ୍ତିକା ମଧ୍ୟ ଏହି କିଟରେ ରହିବ । ନବ ଦମ୍ପତିଙ୍କ ପାଇଁ ଏହି ଯୋଜନା ଚଳିତ ବର୍ଷ ବିବାହ ଋତୁ ତଥା ସେପ୍ଟେମ୍ବର ମାସରୁ ଲାଗୁ କରାଯିବ ।

ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ନବଦମ୍ପତିଙ୍କୁ ବିବାହ ଉପହାର ଯୋଜନା ଆରମ୍ଭ ହେଉଛି। ନବ ଦମ୍ପତିଙ୍କ ପାଇଁ ଏହି ଯୋଜନା ଚଳିତ ବର୍ଷ ସେପ୍ଟେମ୍ବର ମାସରୁ ଲାଗୁ କରାଯିବ।

Also Read  ନୂଆ ଗ୍ୟାସ୍ ସଂଯୋଗ ପାଇଁ ଦେବାକୁ ପଡ଼ିବ ଅଧିକ ଟଙ୍କା