ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ; ଗତ ୨୪ ଘଣ୍ଟାରେ ଆଉ ୪୦୩ ଜଣ ପଜିଟିଭ୍ ଚିହ୍ନଟ

0
145
more 403-new covid-positives-cases identified in odisha today

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ଗ୍ରାଫ । ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ ଶହ ତଳେ ରହିଛି। ଗତକାଲି ୫୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୧ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୧୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

Also Read  ଭାରସାମ୍ୟ ହରାଇ ଫ୍ଲାଏ ଓଭର ତଳକୁ ଖସିଲା କାର୍: ଚାଳକ ଆହତ

LEAVE A REPLY

Please enter your comment!
Please enter your name here