ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା, ସୂଚନା ଦେଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

0
301
floodwaters reach Mundali as Mahanadi water level rises
floodwaters reach Mundali as Mahanadi water level rises

ଭୁବନେଶ୍ବର: ମହାନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରହେ, ତେବେ ମହାନଦୀ ରେ ସ୍ୱଳ୍ପ ଧରଣର ବନ୍ୟା ଆମେ ଦେଖିବା। ଆସନ୍ତା କାଲି ସକାଳ ୮ଟା ବେଳେ ମୁଣ୍ଡଳୀ ଦେଇ ୬ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବ। ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଥିବାରୁ ତାଙ୍କର ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ହୀରାକୁଦର ଅଧିକ ଗେଟ ଖୋଲିବା ନେଇ ଚାପ ପକାଉଛନ୍ତି। ମାତ୍ର ଆମେ ତାଙ୍କୁ ଜବାବରେ ଜଣାଇଛୁ ସ୍ଥିତି ଦେଖି ଆମେ ହୀରାକୁଦ ଗେଟ ଖୋଲିବ।

ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଆହୁରି କହିଛନ୍ତି, ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୪ଟି ଗେଟ ଖୋଲାଯାଇଥିବା ବେଳେ ଆଗକୁ ଏହା ବଢ଼ି ପାରେ। ସେହିପରି ବୈତରଣୀ ଓ ଜଳକା ନଦୀରେ ଜଳ ସ୍ତର ବଢିବାରେ ଲାଗିଛି। ସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଇଛି। ସମସ୍ତଙ୍କ ଛୁଟି ବାତିଲ କରାଯାଇ ଆଲର୍ଟ ମୋଡରେ ରଖାଯାଇଛି। ଦୁର୍ବଳ ନଦୀ ବନ୍ଧ ଉପରେ କଡାକଡି ଭାବେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

Also Read  Value additions to raw materials need of the hour, says PM Modi at Utkarsh Odisha