ଆଜି ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୮ କୋଭିଡ଼ ପଜିଟିଭ୍

0
239

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୯୪କୁ ବୃଦ୍ଧି ପାଇଥିବା ବେଳେ ୧୨୭୬୬୭୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୮୫୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Also Read  ଆସନ୍ତାକାଲି ସ୍ପଷ୍ଟ ହେବ ବାତ୍ୟା ଚିତ୍ର, ବାତ୍ୟା ହେବ କି ନାହିଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଜଣାପଡ଼ିବ

LEAVE A REPLY

Please enter your comment!
Please enter your name here