କେରଳରେ ପୁଣି ଆଉ ଜଣେ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ, ଦେଶରେ ୭ ଛୁଇଁଲା ସଂଖ୍ୟା

0
331
another-monkeypox-case-reported-in-kerala

କେରଳ : କେରଳରେ ଆଉ ଜଣେ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ। ଜଣେ ୩୦ ବର୍ଷିୟ ଯୁବକ ଏହି ଭାଇରସ୍‌ରେ ସଂକ୍ରମିତ ହୋଇଥିବା ନେଇ କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ସୂଚନା ଦେଇଛନ୍ତି। ଜୁଲାଇ ୨୭ ତାରିଖରେ ସଂକ୍ରମିତ ଜଣକ ୟୁଏଇରୁ ଆସି କୋଝିକୋଡ ବିମାନ ବନ୍ଦରରରେ ପହଞ୍ଚିଥିଲେ ବୋଲି କେରଳ ସ୍ୱାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ କେରଳରେ ୫ମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଥିବା ବେଳେ ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି।

ଆକ୍ରାନ୍ତ ଯୁବକ ଜଣକ କେରଳର ମଲ୍ଲପୁରମ୍‌ ଅଞ୍ଚଳର। ସେ ୨୭ ଜୁଲାଇରେ ୟୁଏଇରୁ କୋଝିକୋଡ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ଆସିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ଥିଲା। ଏହାପରେ ବିମାନ ବନ୍ଦରରେ ତାଙ୍କ ଟେଷ୍ଟିଂ କରାଯାଇଥିଲା। ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପ୍ରାରମ୍ଭିକ ଚିକିତ୍ସା ପରେ ସେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି।

Also Read  ମନୀଷ ଅନୁରାଗ ହତ୍ୟା ମାମଲା : ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍