ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫସିଲେ ବାଲିପାଟଣା ଥାନା ଏଏସ୍‌ଆଇ

0
659

ବାଲିପାଟଣା: କମିସନରେଟ ପୁଲିସ ଅଧୀନ ବାଲିପାଟଣା ଥାନାର ଏଏସଆଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ମାମଲାର ରଫାଦଫା କରିବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଏଏସଆଇ ପୁଷ୍ପଲତା ପାଇକରାୟ। ଆଜି ଦିନ ୧୧ ଟା ସମୟରେ ସରକାରୀ କ୍ଵାଟରରେ ରହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଥିଲେ। ଭିଜିଲାନ୍ସ ଡିଏସପି ଅମିତା ତ୍ରିପାଠୀ , ଇନ୍ସପେକ୍ଟର ମଦନ ମୋହନ ପ୍ରଧାନଙ୍କ ସହ ୮ ଜଣିଆ ଟିମ ଚଢ଼ାଉ କରିଥିଲେ।

Also Read  କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା , ଶର୍ମିଷ୍ଠାଙ୍କ କାର୍ ଜବତ, ଅପହରଣରେ ବ୍ୟବହାର ହୋଇଥିବା ସନ୍ଦେହ