ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି । ଅଣସର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜଙ୍କୁ ପ୍ରସାଦ ଅର୍ପଣ କରିବେ।
ଏହାପରେ ଦତ୍ତମହାପାତ୍ର ସେବାୟତମାନେ ହୁହ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ନୀତି ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ଚାଲିବ। ଏହାପରେ ବୁଧବାର ମହାପ୍ରଭୁ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।
ଗତକାଲି ଶ୍ରୀଜିଉଙ୍କ ଖଳି ଲାଗି ହୋଇଛି। ଶନିବାର ପତିମହାପାତ୍ର ଓ ଦଇତାପିତ ସେବାୟତ ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ପ୍ରଦାନ କରିବା ସହ ଶୃଙ୍ଖଳିତ ରଥଯାତ୍ରା ନେଇ ଆଲୋଚନା କରିଥିଲେ। …ରଥଯାତ୍ରାକୁ ଆଉ ମାତ୍ର ୩ ଦିନ। ତେଣୁ ରଥରେ ଦିଆଯାଉଛି ଶେଷ ସ୍ପର୍ଶ। ୩ ରଥରେ ୩ଟି କଳସ ଓ ୬ଟି ଓଲଟ ଶୁଆ ସ୍ଥାପନ କରାଯାଇଛି।