ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

0
196
banakalagi-ritual-to-be-held-tomorrow

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି (ବୁଧବାର) ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବନକଲାଗି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱଭାବିକ ଚାଲିବ ।

Also Read  Durga Puja in Odisha; Celebration with a difference

LEAVE A REPLY

Please enter your comment!
Please enter your name here