ନିୟମ କାନୁନ ପରିଧିରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେଉ- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0
634
beautification-of-shree-mandir-do-with-under-law

ଅନୁଗୋଳ: ପୁରୀ ପରିକ୍ରମା ପ୍ରକଳ୍ପ ନେଇ ତେଜୁଛି ରାଜନୀତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ ସାରା ରାଜ୍ୟରେ ଲାଗି ରହିଛି ବିବାଦ । ଏହାରି ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ସଂସ୍କୃତି ସମ୍ପନ୍ନ ରାଜ୍ୟ ଓଡ଼ିଶାରେ ମଠ, ମନ୍ଦିରର ଐତିହ୍ୟ ଓ ପରମ୍ପରା ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ରହିଛି । ଶ୍ରୀମନ୍ଦିରର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ନେଇ କାହାର ଆପତ୍ତି ନାହିଁ । ମାତ୍ର ବିଗତ କିଛି ଦିନ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଆସୁଥିବା ଖବର ଚିନ୍ତାଜନକ । ନିୟମକାନୁନର ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେବା ଉଚିତ୍ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀମନ୍ଦିର ପାଶ୍ୱର୍ରୁ ହଜାର ହଜାର ବର୍ଷର ପୁରୁଣା ମୂର୍ତ୍ତି ମିଳୁଥିବାରୁ ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବା ଢଙ୍ଗରେ କହିଛନ୍ତି କି ପୁରାତନ ମୂର୍ତ୍ତି ଓ କିର୍ତ୍ତୀରାଜିକୁ ଅଣଦେଖା କରି ଆଧୁନିକୀକରଣ କରିବା ଉଚିତ୍ ନୁହେଁ ।

ଶ୍ରୀମନ୍ଦିର ପାର୍ଶ୍ୱବର୍ତ୍ତୀ ଅଂଚଳରୁ ଯେଉଁଭଳି ହଜାର ହଜାର ବର୍ଷ ତଳର ପୁରାତନ ମୂର୍ତ୍ତି ଓ ଅନ୍ୟାନ୍ୟ କୀର୍ତ୍ତିରାଜି ମିଳୁଛି ସେ ସବୁକୁ ଅଣଦେଖା କରି ପରିକ୍ରମା ଯୋଜନାରେ ଆଧୁନିକୀକରଣ କହିବା ଉଚିତ୍ ନୁହେଁ। ଜଣେ ଜଗନ୍ନାଥ ଭକ୍ତ ଓ ଓଡ଼ିଆ ସଂସ୍କୃତିର ଅନୁଗାମୀ ଭାବେ ପ୍ରବନ୍ଧକମାନଙ୍କଠାରୁ ନିୟମକାନୁନ ପରିଧିରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟୀକରଣ ହେବା ମୋର ଅପେକ୍ଷା ରହିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Also Read  ଜାମିନ ନାମଞ୍ଜୁର ପରେ ଜୁଲାଇ ୧୩ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ଗଲେ ‘ବଡ଼ ଖବର’ ସଂପାଦକ ଅର୍ଦ୍ଧେନ୍ଦୁ ଦାସ