ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଅଳକା ମହାନ୍ତି । ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ପିନ୍ଧିଲେ ବିଜୟୀ ମୁକୁଟ। ୬୫,୭୯୧ ଖଣ୍ଡ ଭୋଟରେ ଜିତିଲା ବିଜେଡି। ଦ୍ବିତୀୟ ସ୍ଥାନରେ କଂଗ୍ରେସ୍ ରହିଥିବାବେଳେ, ତୃତୀୟ ସ୍ଥାନରେ ରହିଛି ବିଜେପି।
ଅଳକା ମହାନ୍ତିଙ୍କୁ ମୋଟ୍ ୯୩ହଜାର ୭୯୦ ଭୋଟ୍ ମିଳିଛି । ଦ୍ୱିତୀୟ ସ୍ଥାନରେ ରହିଲେ କଂଗ୍ରେସ ପ୍ରାର୍ଥୀ । କିଶୋର ପଟେଲଙ୍କୁ ୨୭ହଜାର ୫୬୫ ଭୋଟ୍ ମିଳିଛି । ତୃତୀୟ ସ୍ଥାନରେ ବିଜେପିର ରାଧାରାଣୀ ପଣ୍ଡା ରହିଛନ୍ତି । ରାଧାରାଣୀ ପଣ୍ଡାଙ୍କୁ ୨୨ହଜାର ୩୧୬ ଭୋଟ୍ ମିଳିଛି ।