ବ୍ରଜରାଜନଗର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି | ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପଡିବ ଭୋଟ । ସେହିଭଳି ୩ ଜୁନରେ ଭୋଟଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ । ଏନେଇ ଆଜି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ନିର୍ବାଚନ କମିଶନଙ୍କ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଆସନ୍ତା ୪ ତାରିଖରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ମେ ୧୧ ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ପଡିବ | ମେ ୧୭ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବାବେଳେ ମେ ୩୧ ତାରିଖରେ ଭୋଟଗ୍ରହଣ ହେବ | ସେହିପରି ଜୁନ ୩ ରେ ଭୋଟ ଗଣତି ହେବ |
ସୂଚନାଯୋଗ୍ୟ, ଗତ ଡିସେମ୍ବର ୩୦ ତାରିଖ ଦିନ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ ପରେ ବ୍ରଜରାଜନଗର ଆସନ ଫାଙ୍କା ପଡିଛି । ତେଣୁ ଏହି ଆସନରେ ନିର୍ବାଚନ ହେବାକୁ ଯାଉଛି । ଉପ-ନିର୍ବାଚନ ପାଇଁ ଘୋଷଣା ପରେ ଏବେ ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଆରମ୍ଭ ହେବ କସରତ । ତେବେ କେଉଁ ଦଳରୁ କିଏ ପ୍ରାର୍ଥୀ ହେଉଛି ତାହା ଉପରେ ରହିବ ସମସ୍ତଙ୍କର ନଜର ।