ସମ୍ପତ୍ତି ପାଇଁ ତୁଚ୍ଛ ହେଲା ସମ୍ପର୍କ, ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣିଲା ସାବତ ଭାଇ

0
200
brother-attacked-his-brother-over-property-dispute

ବାଲିପାଟଣା: ସମ୍ପତ୍ତି ଆଗରେ ତୁଚ୍ଛ ହେଲା ରକ୍ତ ସମ୍ପର୍କ । ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇ ହେଲା ଭଗାରୀ । ଏପରି ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ । ଗୁରୁତର ଅବସ୍ଥାରେ ଭାଇ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୋଲିସ୍ ଗିରଫ କରିଛି ।

ସୂଚନା ଅନୁସାରେ, ସରାଟ ଗ୍ରାମର ସଂଜୟ ବେହେରା ଆଜି ସକାଳୁ ଖାଇବା ପରେ ହାତ ଧୋଉଥିଲେ । ଏହି ସମୟରେ ସଂଜୟ ଙ୍କର ସାବତ ଭାଇ ଦେବେନ୍ଦ୍ର ତାଙ୍କ ମୁଣ୍ଡକୁ କଟୁରୀରେ ହାଣି ଦେଇଥିଲା । ଏହା ସହ ସଂଜୟ ଙ୍କର ସାବତ ମାଆ ମଧ୍ୟ କୌଣସି ଏକ ଅସ୍ତ୍ର ରେ ସଂଜୟଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ସଂଜୟ ଲହୁଲୁହାଣ ହୋଇଥିଲେ । ସଂଗେ ସଂଗେ ସଂଜୟଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସଂଜୟଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ରେଫର କରାଯାଇଛି ।

Also Read  ଅଭିନେତ୍ରୀ ଅର୍ଚ୍ଚିତା ପୁଣିଥରେ ଚର୍ଚ୍ଚାରେ

LEAVE A REPLY

Please enter your comment!
Please enter your name here