ରାୟଗଡା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ 14ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ଜଣେ ମହିଳା ହୋଇଥିବା ବେଳେ ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଗୁରୁତର ଯାତ୍ରୀଙ୍କୁ ରାୟଗଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ବସ୍ଟି ୪୦ ଯାତ୍ରୀଙ୍କୁ ନେଇ ପାରଳାଖେମୁଣ୍ଡିରୁ ଉମରକୋଟ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ୩୦ ଆହତଙ୍କ ମଧ୍ୟରୁ ୧୪ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧୨ ଟାରେ ଦୁର୍ଘଟଣା ଘଟିଛି । ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।