କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣା: ମୁଖ୍ୟ ଷଡ଼ଯନ୍ତ୍ରକାରୀ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

0
406
cameraman-manas-swain-murder Case

କଟକ: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଷଡ଼ଯନ୍ତ୍ରକାରୀ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି । ଓଡ଼ିଶା ହାଇକୋର୍ଟ ଶର୍ମିଷ୍ଠାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି।

ଦିନ ଗଡ଼଼ିବା ସହ କ୍ୟାମେରାମ୍ୟାନ୍‍ ମାନସ ସ୍ୱାଇଁ ହତ୍ୟା ଘଟଣା ରହସ୍ୟମୟ ହେବାକୁ ଲାଗିଛି। ପ୍ରତିଦିନ ଏହି କାହାଣୀରେ ଜଣଙ୍କ ପରେ ଜଣଙ୍କ ନାମ ଯୋଡ଼ି ହୋଇ ଯାଉଛି। ଏବେ ଯାଏଁ ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଘଟଣା ପରେ ଶର୍ମିଷ୍ଠା ରାଜଧାନୀ ଛାଡ଼ି ଅନ୍ୟତ୍ର ଚାଲି ଯାଇଥିବାରୁ ତାଙ୍କୁ ଗିରଫ ପାଇଁ ୩ଟି ଟିମ୍‍ ଗଠନ କରାଯାଇଛି। ଦୁଇଟି ଟିମ୍‍ ରାଜଧାନୀ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢଉ କରୁଥିବା ବେଳେ ଅନ୍ୟ ଏକ ଟିମ୍‍ ରାଜ୍ୟ ବାହାରେ ଚଢଉ କରୁଛନ୍ତି। ଖୁବ୍‍ ଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ଚାନ୍ଦବାଲି ପୁଲିସ କହିଛି। ହେଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରିବାରେ ବିଫଳ ହୋଇଛି ପୋଲିସ। ଏବେ ଶର୍ମିଷ୍ଠା ରାଉତ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ହାଇକୋର୍ଟ।

Also Read  Beautiful Place, Good People