ନୀତି ଆୟୋଗ ବୈଠକରେ ଓଡିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ

0
151
Odisha CM To Lay Foundation Stone For The Expansion Of Odisha Bhawan, Mumbai
Odisha CM To Lay Foundation Stone For The Expansion Of Odisha Bhawan, Mumbai

ଭୁବନେଶ୍ବର: ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ବୈଠକରେ ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ ରାଜ୍ୟ ମାନ୍ୟତା ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତିବର୍ଷ ବନ୍ୟା ଓ ବାତ୍ୟାର ସମ୍ମୁଖୀନ ହେଉଥିବାରୁ ଓଡ଼ିଶାର ଆର୍ଥିକ ସ୍ଥିତି ଦୋହଲି ଯାଉଛି। ତେଣୁ ଓଡ଼ିଶାକୁ ଫୋକସ୍ ରାଜ୍ୟ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସରକାର ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଇଁ ସ୍ବତନ୍ତ୍ର ପାଣ୍ଠି ଯୋଗାଇବାକୁ ଦାବି କରିଛନ୍ତି ନବୀନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକରେ ରାଜ୍ୟ ସ୍ବାର୍ଥ ସଂପର୍କିତ ଅନେକ ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଟେଲିକମ୍, ରେଲଓ୍ବେ ଓ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ସେ ଦାବି କରିଛନ୍ତି। ସେହିପରି ପ୍ରଧାମମନ୍ତ୍ରୀ ଆବାସ ଯୋଜନା ନେଇ ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି ନବୀନ ।

ଅଧିକାଂଶ ଆଦିବାସୀ ଓ କେବିକେ ଜିଲ୍ଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି । ଯୋଜନା ସଂପର୍କିତ ଅସାମଞ୍ଜସ୍ୟ ତୁରନ୍ତ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏଥିସହ ବୈଠକରେ ଏଏସଆଇ ଓ ଏଏମ୍ଏସ୍ଏଆର୍ ରୂପାନ୍ତରଣ ଦାବି କରିଛନ୍ତି। ଏହାର ଟେକ୍ନୋଲୋଜି ଓ ନ୍ୟାୟିକ ଢାଞ୍ଚାରେ ପରିବର୍ତ୍ତନ ପାଇଁ ଜଣାଇଛନ୍ତି । ଏହାଦ୍ବାରା କୋଣାର୍କ ଭଳି ଐତିହ୍ୟସ୍ଥଳୀକୁ ସୁରକ୍ଷିତ ରଖାଯାଇପାରିବ।

ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କୋଭିଡ୍ ମହାମାରୀକୁ ପ୍ରଭାବଶାଳୀ ଭାବେ ନିୟନ୍ତ୍ରଣ କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ତା’ର କ୍ରୀଡା ଦକ୍ଷତା ଦେଖାଉଛି। ଦେଶକୁ ଗୌରବାନ୍ବିତ କରିଥିବା କ୍ରୀଡାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେମାନଙ୍କ ପାଇଁ ମାତୃଭୂମି ଆଜି ଗର୍ବିତ।

Also Read  Shanti Devi, Eminent Social Worker From Odisha, Is No More

LEAVE A REPLY

Please enter your comment!
Please enter your name here